ଭୁବନେଶ୍ୱରରେ ୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଭୁବନେଶ୍ୱର ମହାନଗରରେ ମଧ୍ୟ ଆଗ ଅପେକ୍ଷା ଖୁବ କମ୍ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ।  ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୮  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ଜଣେ ଓ ସ୍ଥାନୀୟ ସଂକ୍ରମଣ ୭ ଜଣ ରହିଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୨୭କୁ ବୃଦ୍ଧି ପାଇଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ରିପୋର୍ଟ ଅନୁଯାୟୀ, ଆଜି ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୨୦୬ରେ ପହଞ୍ଚିଛି । ଏଯାବତ୍ ଭୁବନେଶ୍ୱରରେ  ୨୪୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  ୨୦୬ ଜଣ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ