ଆଜି ଭୁବନେଶ୍ୱରରୁ ୮୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୮୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୬୭୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୧୪୦ କୁ ବୃଦ୍ଧି ହୋଇଛି।ଏନେଇ ବିଏମସି ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।

ସେହିପରି ଆଜି ରାଜଧାନୀରୁ ୭୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ମୋଟ ୩୮ ହଜାର ୩୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮ ହଜାର ୪୯୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୬୮ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ