ରାଜ୍ୟରେ ସୁସ୍ଥ ହେଲେ ଆଉ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ  ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୮୫୦କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୭୮୧ ସକ୍ରିୟ କରୋନା ଆକ୍ରାନ୍ତ ରହିଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୧୦ ରେ ପହଞ୍ଚିଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୨ ନୂଆ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୪ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ ୨୮ଟି ରହିଛି ।

Leave A Reply

Your email address will not be published.

ବ୍ରେକିଂ