ଭୁବନେଶ୍ୱରରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଭୁବନେଶ୍ୱର ମହାନଗରରେ ମଧ୍ୟ ଆଗ ଅପେକ୍ଷା ଖୁବ କମ୍ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ।  ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ ଜଣ ଓ ସ୍ଥାନୀୟ ସଂକ୍ରମଣ ୫ ଜଣ ରହିଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୪୧କୁ ବୃଦ୍ଧି ପାଇଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ରିପୋର୍ଟ ଅନୁଯାୟୀ, ଆଜି ୧୦  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୨୨୭ରେ ପହଞ୍ଚିଛି । ଏଯାବତ୍ ୨୪୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  ୨୦୦ ଜଣ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ