ରାଜ୍ୟରେ ୨୪ ଘଣ୍ଟାରେ ୫୮୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୮୫  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ୩୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ  ୧୦,୨୪,୩୨୦  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୦,୧୦,୧୮୩ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ବି  ୫୯୦୯ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧୀନ ଅଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୮ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୬, କଟକରୁ ୬୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୦୬ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ