ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ଶ୍ରୀଜିଉଙ୍କ ଅଧରପଣା ନୀତି। ତିନି ରଥ ଉପରେ ବିରାଜମାନ କରୁଥିବା ବଳଭଦ୍ର, ସୁଭଦ୍ରା ଓ ଜଗନ୍ନାଥଙ୍କ ବିଗ୍ରହ ସାମ୍ନାରେ ଏହି ନୀତି ସମ୍ପନ୍ନ ହୋଇଛି। ତିନି ଠାକୁରଙ୍କ ଅଧର ବ ଓଠ ଉଚ୍ଚର କୁମ୍ବ ଆକୃତିର ୯ଟି ମାଟି ପାତ୍ରରେ ଦିବ୍ୟ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା।

ପରେ ଏହି ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା। ଶ୍ରୀଜିଉଙ୍କ ଘୋଷଯାତ୍ରା ବେଳେ ରଥରେ ରହୁଥିବା ପାର୍ଶ୍ୱ ଦେବଦେବୀ ଓ ଚଣ୍ଡି-ଚାମୁଣ୍ଡା ଓ ଅଶରୀରୀଙ୍କ ଉଦ୍ଦେଶ୍ୟର ଏହି ପଣା ଅର୍ପଣ କରାଯାଇଥିଲା।

ଆସନ୍ତାକାଲି ଚତୁର୍ଦ୍ଧାମୁରତୀଙ୍କ ନବ ଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ। ଭାଇ ଓ ଭଉଣୀଙ୍କୁ ଧରି ନୀଳକନ୍ଦରକୁ ଫେରିବେ ମହାପ୍ରଭୁ।

Leave A Reply

Your email address will not be published.

ବ୍ରେକିଂ