ଆସନ୍ତା ୨୪ରେ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ  ମିଆଁମାର ଉପକୂଳ ତତସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି ।  ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଏବଂ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିପାରେ । ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ବେଳକୁ, ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ ପରବର୍ତ୍ତୀ ୪୮ ଘଣ୍ଟା ଅର୍ଥାତ୍‌ ୨୬ ତାରିଖ ରାତି ବେଳକୁ ଏହା ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ପ୍ରଭାବରେ ୨୫ ତାରିଖଠାରୁ ଓଡ଼ିଶାରେ ବର୍ଷା ପରିମାଣ ପୁଣିଥରେ ବୃଦ୍ଧି ପାଇବ। ୨୬ ତାରିଖରେ ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବି‌ଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.

ବ୍ରେକିଂ