ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ । ଆଜି ଫାଲଗୁନ ମାସ କୃଷ୍ଣ ପଞ୍ଚମୀ ତିଥି । ଏହି ତିଥିରେ ମହାପ୍ରଭୁ ଜଗନ୍ନାଥଙ୍କ ବନକଲାଗି ବା ଶ୍ରୀମୁଖସିଂହାର ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକ ଲାଗି ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ନୀତିର ବିଧି ଅନୁସାରେ, ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ବିଧି ଗୁପ୍ତସେବା ସମ୍ପାଦନ କରାଯିବ । ତେବେ ଶ୍ରୀଜୀଉଙ୍କର ଶ୍ରୀମୁଖ ସିଂହାର ପାଇଁ ହିଙ୍ଗୁଳ, ଶଂଖ, କେଶର, କଇଁଥ, ଅଠା, କର୍ପୂର, କଜ୍ୱଳ, କସ୍ତୁରୀ, ହରିତାଳ ଓ ତେଲର ସମ୍ମିଶ୍ରଣରେ ପ୍ରସ୍ତୁତ ହୋଇଥିବା ବନକକୁ ବ୍ୟବହାର କରାଯାଇଥାଏ । ଏହି ବିଶେଷ ନୀତି ସପ୍ତାହର ବୁଧବାର କିମ୍ବା ଗୁରୁବାର ଦିନ ସମ୍ପାଦନ କରାଯାଇଥାଏ । ଏହି ପ୍ରାକୃତିକ ପ୍ରଣାଳୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନରେ ୪ଘଣ୍ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ ।

Leave A Reply

Your email address will not be published.

ବ୍ରେକିଂ