ଭୁବନେଶ୍ୱରରୁ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ, ୧୬୭ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ସ୍ଥିର ରହିଛି । ଆଜି ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୭  ଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୨ ଜଣ ରହିଛନ୍ତି । ଏଯାବତ ରାଜଧାନୀରୁ ୧୧୪୭୮୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୦୧୬୯ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୫୬୦ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୩୫ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ