ଭୁବନେଶ୍ୱରରୁ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ, ୧୫୪ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଅଞ୍ଚଳରୁ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୯୭୩ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୭ ଜଣ ରହିଛନ୍ତି । ଏନେଇ ବିଏମସି ଟୁଇଟ କରି ସୂଚନା ଦେଇଛି ।

ଅନ୍ୟପଟେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା କମ ରହିଛି । ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜଧାନୀରେ ମୋଟ  ୧୦୫୪୧୯ ରେ ପହଞ୍ଚିଛି । ସେହିପରି କରୋନାରେ ଆକ୍ରାନ୍ତ ହୋଇ ୧୦୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ରାଜଧାନୀରେ ୩୫୨୦  ଟି ସକ୍ରିୟ ମାମଲା ରହିଛି ।

Leave A Reply

Your email address will not be published.

ବ୍ରେକିଂ