ଭୁବନେଶ୍ୱରରୁ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:  ରାଜଧାନୀରେ ପୁଣି ଉପର ମୁହାଁ କରୋନା ମହାମାରୀ ।  ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରୁ ୨୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୮୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୧୯୮ ଜଣ ରହିଥିବା ବେଳେ କ୍ବାରେଣ୍ଟାଇନରୁ ୯୦ ଜଣ ରହିଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି ।

ଅନ୍ୟପଟେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା କମ ରହିଛି ।  ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୭୧  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୦୭୮ରେ ପହଞ୍ଚିଛି । ସେହିପରି ଏଯାବତ ୧୦୪୫୪୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୦୦୯ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି। ଏବେ ବି ରାଜଧାନୀରେ ୩୩୩୨ଟି କରୋନା ସକ୍ରିୟ ମାମଲା ରହିଛି ।

Leave A Reply

Your email address will not be published.

ବ୍ରେକିଂ