ବିଦ୍ୟୁତ୍ ଆଘାତରେ ଯବାନଙ୍କ ମୃତ୍ୟୁ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ସ୍ଥିତ ବିଏସଏଫ୍ କ୍ୟାମ୍ପରେ ଅଘଟଣ । ସର୍ଟ ସର୍କିଟ ଯୋଗୁଁ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ତେବେ ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ଯବାନ ଜଣକ ଇସାକ୍ ହରିଜନ ଏବଂ ତାଙ୍କ ଘର ନବରଙ୍ଗପୁର ଜିଲ୍ଲା ଜଟାବାଲ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ, ୧୧ କେ.ଭି. ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସମଗ୍ର କ୍ୟାମ୍ପ ଚାର୍ଜ ହୋଇଯାଇଥିଲା । ଯାହା ଫଳରେ ବିଦ୍ୟୁତ୍ ଆଘାତ ଲାଗି ଜିଲ୍ଲା ପୋଲିସର ଜଣେ କାର୍ଯ୍ୟରତ ଯବାନଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ