ପିଏସ୍ ବିରଞ୍ଚିଙ୍କ ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନର କୁବେର ପିଏସ ବିରଞ୍ଚି ନାରାୟଣ ସାହୁଙ୍କ ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା ରୁଜୁ କଲା ଭିଜିଲାନ୍ସ । ଜଣେ ସରକାରୀ ଚାକିରିଆୟାଙ୍କୁ ଟଙ୍କା ନେବା ଓ ରଖିବା ସହଯୋଗ କରିବାରେ ଅଭିଯୋଗରେ ମାମଲା ରୁଜୁ ହୋଇଛି । ବିରଞ୍ଚିଙ୍କ କୋଳଥିଆ ନିକଟରେ ଥିବା ଘରେ ଟଙ୍କା ଡିଲ ନେଇ ଯାଞ୍ଚ କରିବ ଭିଜିଲାନ୍ସ । ଖୁବଶୀଘ୍ର ବିରଞ୍ଚିଙ୍କ ପତ୍ନୀ ଓ ଶାଳକଙ୍କୁ ତଦନ୍ତ ପରିସରଭୁକ୍ତ କରିବ ଭିଜିଲାନ୍ସ । ଆବଶ୍ୟକ ପଡିଲେ ବିରଞ୍ଚିଙ୍କୁ ରିମାଣ୍ଡରେ ଆଣି କରାଯିବ ଅଧିକ ତଦନ୍ତ । ଲାଞ୍ଚ ନେଇ ଏଯାଏଁ କୌଣସି ଆଶାୟୀ ଅଭିଯୋଗ କରିନଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ ଏସପି ଆର. ପ୍ରକାଶ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ ତାଙ୍କ ଘର, ଅଫିସ୍‌ ଓ ସମ୍ପର୍କୀୟଙ୍କ ଘରକୁ ମିଶାଇ ମୋଟ୍‌ ୬ ଟି ଜାଗାରେ ଚଢ଼ଉ କରିଥିଲା । ଏହି ସମୟରେ ତାଙ୍କ ଘରୁ ୩ କୋଟି ୭୯ ଲକ୍ଷ ଟଙ୍କା ଟଙ୍କା ମୂଲ୍ୟର ସ୍ଥାବର-ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଏହା ଛଡ଼ା ସ୍ଥାବର ଅସ୍ଥାବର ସମ୍ପତ୍ତି ମଧ୍ୟରେ ରହିଛି ନୀଳାଦ୍ରିବିହାରରେ ୨ଟି ଦୁଇ ମହଲା ଘର, ଭୁବନେଶ୍ୱର ଭକ୍ତିବିହାର ଓ କଟକ କୋଡିଆବନ୍ଧରେ ୨ ଟି ଏକ ମହଲା ଘର । ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ରହିଛି ୧୪ ଟି ପ୍ଲଟ୍‌ । ଗୋଟିଏ କାର୍‌, ୨ ଟି ବାଇକ୍‌, ୫୬ ଲକ୍ଷ ଟଙ୍କାର ଜୀବନବୀମା, ଦେଢ଼ କେଜି ସୁନା । ତା’ଛଡା ଶ୍ରୀ ସାହୁଙ୍କ ଘରୁ ନଗଦ ୧୨ ଲକ୍ଷ ଟଙ୍କା ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ ।

Leave A Reply

Your email address will not be published.

ବ୍ରେକିଂ