କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି । ମହାମାରୀ କରୋନା ସଂକ୍ରମଣ ଓ ଦରବୃଦ୍ଧି ମଧ୍ୟରେ  । ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୧୭ରୁ ସିଧା ୨୮%କୁ ବୃଦ୍ଧି କରିଛନ୍ତି ।

ଏହାର ଅର୍ଥ ମହଙ୍ଗା ଭତ୍ତା(ଡିଏ)ରେ ମୋଟ ୧୧% ବମ୍ଫର ବୃଦ୍ଧି ହୋଇଛି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ରୁ ଲାଗୁ ହେବ। କେନ୍ଦ୍ର ସରକାର ସେପ୍ଟେମ୍ବର ମାସରୁ ନିଜର କର୍ମଚାରୀଙ୍କୁ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଦେବା ଆରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁ ପ୍ରାୟ ୫୦ ଲକ୍ଷ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକ ଲାଭବାନ ହେବେ।

କରୋନା ପାଇଁ କେନ୍ଦ୍ର ସରକାର ୨୦୨୦ ଜାନୁଆରୀ ୧ରୁ ମହଙ୍ଗା ଭତ୍ତା ଉପରେ ରୋକ୍ ଲଗାଇ ଥିଲେ । ପରେ ୨୦୨୧ ଜୁଲାଇ ୧ ଯାଏ ରୋକ୍ ଲଗାଇ ଥିଲେ । ଏବେ କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି ପରେ ଏହାର ଲାଭ କର୍ମଚାରୀଙ୍କୁ ମିଳିପାରେ ।

ଏହାର ଅର୍ଥ କର୍ମଚାରୀଙ୍କ ୩ କିସ୍ତି ମହଙ୍ଗା ଭତ୍ତା ବାକି ରହିଥିଲା। ଏହି ଅର୍ଥକୁ କରୋନା ସମୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଖର୍ଚ୍ଚ କରାଯାଇଥିବା କେନ୍ଦ୍ର ସରକାର କହିଥିଲେ। ଏବେ ବାକି ରହିଥିବା କିସ୍ତି ସହ ନୂଆ ମହଙ୍ଗା ଭତ୍ତା କର୍ମଚାରୀଙ୍କୁ ସେପ୍ଟେମ୍ବରରୁ ମିଳିବା ଆରମ୍ଭ ହେବ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ