ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା, ପୀଡ଼ିତାଙ୍କ ପରିବାରକୁ ଭେଟି ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ନାଙ୍ଗଲ ଗାଓଁର ଦୁଷ୍କର୍ମ ଏବଂ ହତ୍ୟାର ଶିକାର ହୋଇଥିବା ୯ ବର୍ଷର ନାବାଳିକାଙ୍କ ପରିବାରକୁ ଭେଟିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଏଥିସହ ପୀଡିତାଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଆଜି ପୀଡ଼ିତାଙ୍କ ପରିବାରକୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ କହିଛନ୍ତି, ତେବେ ୧୦ ଲକ୍ଷ ଟଙ୍କାର ସହାୟତା ସହିତ ଏହି ମାମଲାର ଯାଞ୍ଚ ମାଜିଷ୍ଟ୍ରେଟଙ୍କ ଦ୍ୱାରା କରାଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏବଂ ସରକାରଙ୍କ ପକ୍ଷରୁ ଏହି ମାମଲାକୁ ଜଣେ ବଡ ଓକିଲ ଲଢିବେ ବୋଲି ମଧ୍ୟ କୁହାଯାଇଛି । ଯାହା ଫଳରେ ଦୋଷୀମାନଙ୍କୁ ଉଚିତ୍ ଶାସ୍ତି ମିଳିପାରିବ । ଦିଲ୍ଲୀରେ ଆଇନ୍ ଶୃଙ୍ଖଳାକୁ କଠୋର କରିବାକୁ ସରକାର ଉଦ୍ୟମ କରୁଛନ୍ତି ବୋଲି ସେ କହିଛନ୍ତି ।

ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିଥିଲେ। ଏହାପରେ ରାହୁଲ କହିଥିଲେ ନ୍ୟାୟ ନମିଳିବା ଯାଏ ଆମେ ପଛକୁ ହଟିବୁ ନାହିଁ । ଦିଲ୍ଲୀ ପୋଲିସ ଏହି ମାମଲାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାରେ ପୋକ୍ସ ଆକ୍ଟ ମଧ୍ୟ ଦାୟର କରାଯାଇଛି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ