ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଧୁନିକ ଉତ୍କଳର ପ୍ରମୁଖ ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ, ଦରଦୀ ପ୍ରାଣ, କବି, ଲେଖକ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୪ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାନ ଦେଶଭକ୍ତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ସେ ଥିଲେ ତ୍ୟାଗ, ସେବା ଓ ସଂଗ୍ରାମର ପ୍ରତୀକ। ଏକ ଶିକ୍ଷିତ ସମାଜ ଗଠନ ପାଇଁ ତାଙ୍କର ପ୍ରତିବଦ୍ଧତା ଏବଂ ଜାତୀୟ ଚେତନାର ବିକାଶରେ ତାଙ୍କର ଅବଦାନ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ।

Leave A Reply

Your email address will not be published.

ବ୍ରେକିଂ