ବାହର ରାଜ୍ୟରୁ ଓଡିଶା ଆସିଲେ କୋଭିଡ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର: ଓଡିଶାରେ ଏବେ ପୁଣି ଥରେ କାୟା ବଢାଇବେ ଲାଗିଛି ମହାଣାରୀ କରୋନା। ପୁଣି ଥରେ କରୋନାକୁ ମାତ୍ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଚଡା ପଦକ୍ଷେପ ଗ୍ରହଣ କରାଯାଉଛି। ଦେଶ ଓ ରାଜ୍ୟରୁ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି ସ୍ୱତନ୍ତ୍ର ରିଲିଫ୍ କମିଶନର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ବାହାର ରାଜ୍ୟରୁ ବସ୍, ଟ୍ରେନ୍ ଓ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକଙ୍କ ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି ।

ବାହାର ରାଜ୍ୟରୁ ଆସିଥିବା ଲୋକ ୭୨ ଘଣ୍ଟା ପୂର୍ବର କୋଭିଡ୍ ଆରଟି-ପିସିଆର୍ ନେଗେଟିଭ୍ ରିପୋର୍ଟ ଅଥବା ଦ୍ୱିତୀୟ ଡୋଜ୍ ଭ୍ୟାକ୍ସିନ୍ ନେଇଥିବା ରିପୋର୍ଟ ଦେବେ । ଯଦି କେଉଁଟି ବି ନଥିବ ତ ସେମାନଙ୍କୁ ୭ ଦିନ ଲାଗି ବାଧ୍ୟତାମୂଳକ ହୋମ୍ କ୍ୱାରେଣ୍ଟାଇନ୍ କିମ୍ବା ଗୋଷ୍ଠୀଗତ କ୍ୱାରେଣ୍ଟାଇନରେ ରହିବାକୁ ପଡ଼ିବ ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ୧୬ଟି ଜିଲ୍ଲାରେ ଆବଶ୍ୟକତା ଭିତ୍ତିରେ ଟିଏମସି ସ୍ଥାପନ ଓ ପରିଚାଳନା ଲାଗି ନିର୍ଦ୍ଦେଶ ଦିଆଯାଇଛି । ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଲାଗି ଗୋଷ୍ଠୀଗତ କ୍ୱାରେଣ୍ଟାଇନ୍ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଦିଆଯିବ ।

ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଉଭୟ ପଟୁ ସାଧାରଣ ପରିବହନ ବ୍ୟବସ୍ଥାକୁ ଏପ୍ରିଲ୍ ୩୦ ଯାଏ ବାତିଲ୍ କରାଯାଇଛି । ୧୦ ତାରିଖ ଠାରୁ ଛତିଶଗଡ଼କୁ ସବୁ ପ୍ରକାର ଟ୍ରେନ ବନ୍ଦ ପାଇଁ ରେଲୱେ ବୋର୍ଡ ଅଧ୍ୟକ୍ଷଙ୍କୁ ମୁଖ୍ୟ ସଚିବ ଚିଠି ଲେଖିଛନ୍ତି। । ଛତିଶଗଡ଼ରୁ ବା ଛତିଶଗଡ଼ ଦେଇ ଆସୁଥିବା ସବୁ ଟ୍ରେନ ବନ୍ଦ  କରିବାକୁ କୁହାଯାଇଛି ।  ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ନିର୍ଦ୍ଦେଶ କାର୍ଯ୍ୟକାରୀ କରାଯିବ।

ସୀମା ଦେଇ ଓଡ଼ିଶା ଆସୁଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ ଭ୍ୟାକ୍ସିନ୍ ସାର୍ଟିଫିକେଟ୍ ଅଥବା ୭୨ ଘଣ୍ଟା ମଧ୍ୟରେ କରିଥିବା କୋଭିଡ୍ ଆରଟି-ପିସିଆର୍ ରିପୋର୍ଟ ଦେଖାଇବାକୁ ପଡ଼ିବ । ସମସ୍ତ ଶିଳ୍ପସଂସ୍ଥା, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ କୋଭିଡ୍ କଟକଣା ମାନିବା ସହ ନିଜସ୍ୱ ଆଇସୋଲେସନ୍ ବ୍ୟବସ୍ଥା କରିବେ । କୋଭିଡ୍ ପଜିଟିଭ୍ ବାହାରିଲେ ସଂସ୍ଥା ସେମାନଙ୍କ ଲାଗି ଖର୍ଚ୍ଚ କରିବ । କୌଣସି ସଂସ୍ଥା କୋଭିଡ୍ ନିୟମ ପାଳନ ନକଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Leave A Reply

Your email address will not be published.

ବ୍ରେକିଂ