ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ଟିକାକରଣ ବ୍ୟବସ୍ଥା : ବିଏମ‌ସି କମିଶନର

ଭୁବନେଶ୍ୱର : ମାର୍ଚ୍ଚ ୧ ତାରିଖରୁ ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ବରିଷ୍ଠ ନାଗରିକ ଓ ବହୁବିଧ ରୋଗାକ୍ରାନ୍ତ ଥିବା ୪୫ ବର୍ଷରୁ ଅଧିକ ଲୋକଙ୍କୁ ଟିକା ଦିଆଯିବ। ଏଥିପାଇଁ ଭୁବନେଶ୍ବରର ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାକରଣ ବ୍ୟବସ୍ଥା କରାଯାଇଛି । ଏନେଇ ଶନିବାର ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

ତେବେ ଘରୋଇ ହସ୍ପିଟାଲରେ ଟିକାକରଣ ପାଇଁ ପଞ୍ଜିକରଣ ବାଧ୍ୟତାମୂଳକ ରହିଛି । ଟିକା ନେବା ପାଇଁ କୋୱିନ ୨.୦ପୋର୍ଟାଲରେ ପ୍ରଥମେ ପଞ୍ଜିକରଣ କରିବାକୁ ପଡ଼ିବ। ସୋମବାରଠାରୁ ଅନଲାଇନ ଜରିଆରେ ଟିକା ନେବା ପାଇଁ ପଞ୍ଜିକରଣ ହେବ। ମଙ୍ଗଳାବାର ଠାରୁ ଘରୋଇ ହସ୍ପିଟାଲରେ ଟିକା ଦିଆଯିବ । ପଞ୍ଜୀକୃତ ହେବା ପରେ ଲୋକମାନେ ନିଜ ଇଚ୍ଛାନୁସାରେ ଟିକାକରଣ କେନ୍ଦ୍ର ବାଛିପାରିବେ। ଗୋଟିଏ ଦିନରେ ୬୦ ଜଣ ବରିଷ୍ଠ ନାଗରିକଙ୍କୁ ଟିକା ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି । ଜଟିଳ ରୋଗରେ ଆକ୍ରାନ୍ତ ଥିବା ବରିଷ୍ଠ ନାଗରିକଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ ଟିକା ନେଇ ନିଷ୍ପତ୍ତି ନିଆଯିବ ବୋଲି ବିଏମସି କମିଶନର କହିଛନ୍ତି ।

ସେହିପରି ସରକାରୀ କେନ୍ଦ୍ରରେ ଟିକା ନେଲେ କୌଣସି ଅର୍ଥ ଦେବାକୁ ପଡିବନି। ହେଲେ ଘରୋଇ ହସ୍ପିଟାଲରେ ଟିକା ନେଲେ ୧୦୦ ଟଙ୍କା ସର୍ଭିସ ଚାର୍ଜ ପଡ଼ିବ। ସମ୍, କିମ୍ସ, କଳିଙ୍ଗ, ବ୍ଲ ହ୍ୱିଲ୍, ଆଦିତ୍ୟ, ଅଶ୍ୱିନୀ, ଆମ୍ରି, ଉତ୍କଳ, ନୀଳାଚଳ, କେୟାର, ହାଇଟେକ୍ ଆଦି ଘରୋଇ ହସ୍ପିଟାଲରେ ଟିକା ଦେବା ପାଇଁ ବିଏମସି ପକ୍ଷରୁ ପ୍ରସ୍ତୁତି କରାଯାଇଛି।

Leave A Reply

Your email address will not be published.

ବ୍ରେକିଂ