କୃଷି କ୍ଷେତ୍ରରେ ଫସଲର ବିବିଧକରଣକୁ ଗୁରୁତ୍ୱ

ଭୁବନେଶ୍ୱର  :  ରାଜ୍ୟ ସରକାର କୃଷକମାନଙ୍କ ଆୟ ବହୁଗୁଣିତ କରିବା ଲକ୍ଷ୍ୟରେ ଫସଲର ବିବଧି କରଣ ପାଇଁ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରୁଛନ୍ତି । ଉତ୍ପାଦନ ବୃଦ୍ଧି ସହିତ କୃଷିର ଅଭିବୃଦ୍ଧି ଏବଂ ରାଜ୍ୟର ଖାଦ୍ୟ ସୁରକ୍ଷାକୁ ସୁନ ଶ୍ଚିିତ କରିବା ଦିଗରେ ଫସଲର ବିବିଧକରଣ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ଚାଷୀମାନଙ୍କୁ ଫସଲର ବିବିଧକରଣ ନିମନ୍ତେ କୃଷି ଓ କଷୃକ ସଶକ୍ତିକରଣ ବିଭାଗ ପକ୍ଷରୁ ପ୍ରୋତ୍ସାହିତ କରାଯାଉଛି ।

ଫସଲର ବିବିଧକରଣ କରାଯାଇ ଅଣଧାନ ଚାଷ ଯଥା: ଡାଲି, ତୈଳବୀଜ, କପା, ମକା ଆଦି ଅର୍ଥକରୀ ଫସଲ ଚାଷ କରୁଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି । ଏହି ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ଚଳିତ ଖରିଫରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକଫର ଚାଷଜମିରେ ଫସଲର ବିବିଧକରଣର ଏକ ପାଇଲଟ୍‌ ପ୍ରୋଜେକଫକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ.
ଅରୁଣ କୁମାର ସାହୁ ଅନୁମୋଦନ କରିଛନ୍ତି ।

ରାଜ୍ୟର ୪ଟି ଜିଲ୍ଲା କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାର ୧୮ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ୧୦୧ଟି ଗ୍ରାମର ୧୨ ହଜାର ୨୦୭ ହେକଫର ଜମିକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି । ୧୨ଟି କ୍ଲଷ୍ଟରରେ ଏହି ଚାଷ କରାଯିବ ଏବଂ ପ୍ରତି କ୍ଲଷ୍ଟର ୧୦୦୦ ହେକଟର ଚାଷଜମିରେ ଫସଲର ବିବିଧକରଣ କରାଯାଇ ଚାଷ କରାଯିବ । ଉପରୋକ୍ତ ୪ଟି ଜିଲ୍ଲାର ସମସ୍ତ ମେଗା ଉଠାଜଳସେଚନ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି ଏବଂ ମୃତ୍ତିକା ଓ ସ୍ଥାନୀୟ ଜଳବାୟୁ ଅନୁସାରେ ଚଳିତ ଖରିଫରେ ଫସଲର ବିବିଧକରଣ କରାଯାଇ ଅଣଧାନ ଅର୍ଥକରୀ ଫସଲ ଚାଷ ପାଇଁ ପଦକ୍ଷେପ ନିଆଯାଇଛି ।

Leave A Reply

Your email address will not be published.

ବ୍ରେକିଂ
ଆର୍‍.କେ. ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଦାୟିତ୍ୱ ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ