କଟକ ମହାନଗରରୁ ୧୧୧ କରୋନା ସଂକ୍ରମିତ ଚିହ୍ନଟ, ୧୧୭ ସୁସ୍ଥ

କଟକ: କଟକ ମହାନଗରରୁ ଆଜି ୧୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ କ୍ୱେରାଣ୍ଟିନରୁ ଓ ୨୬ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।

ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭,୯୪୮ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ୧୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୬,୫୨୫ ରେ ପହଞ୍ଚିଛି । ତେବେ ୧,୩୩୨ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ