କଟକ ମହାନଗରରୁ ୧୩୫ କରୋନା ସଂକ୍ରମିତ ଚିହ୍ନଟ, ୧୨୨ ସୁସ୍ଥ

କଟକ: କଟକରେ ପୁଣି ଉପରମୁହାଁ ମହାମାରୀ କରୋନା । ଗତ ୨୪ ଘଣ୍ଟା ମଧ୍ୟରେ କଟକ ମହାନଗରରୁ ଆଜି ୧୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ କ୍ୱେରାଣ୍ଟିନରୁ ୫୦ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି

ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮,୩୮୪ ରେ ପହଞ୍ଚିଛି ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ୧୨୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୬,୯୧୩ ରେ ପହଞ୍ଚିଛି ତେବେ, ଏଯାବତ୍ କଟକ ମହାନଗରରୁ ,୩୮୦ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି

Leave A Reply

Your email address will not be published.

ବ୍ରେକିଂ