କଟକରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଅଞ୍ଚଳରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୯ ଜଣ କ୍ବାରେଣ୍ଟାଇନରୁ ଓ ୯ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡିଛି । ସେହିପରି ଅନୁଷ୍ଠାନରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ତେବେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ସଂକ୍ରମଣ ସଂଖ୍ୟା ୪୪,୨୮୩ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ସେହିପରି ଆଜି କଟକ ମହାନଗରରୁ ୩୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୪୩,୪୦୦ । ତେବେ, ଏଯାବତ୍ କଟକ ମହାନଗରରୁ ୭୯୨ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ