ଗତ ୨୪ ଘଣ୍ଟାରେ କଟକରୁ ୫୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକରେ ତଳକୁ ଖସିଛି କରୋନା ମହାମାରୀ । ଗତକାଲି କରୋନା ଆକ୍ରାନ୍ତ ବୃଦ୍ଧି ପାଇଥିଲା ବେଳେ ଆଜି ପୁଣି ହ୍ରାସ ଘଟିଛି । ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ କଟକର ବିଭିନ୍ନ ଅଞ୍ଚଳରୁ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୧ ଜଣ କ୍ୱେରାଣ୍ଟିନରୁ ଓ ୨୪ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ସଂକ୍ରମଣ ସଂଖ୍ୟା ୪୨,୯୭୮ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ସେହିପରି ଆଜି କଟକ ମହାନଗରରୁ ୩୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୪୧,୯୫୮ । ତେବେ, ଏଯାବତ୍ କଟକ ମହାନଗରରୁ ୯୨୯ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ