ଆଜି କଟକ ମହାନଗରରୁ ୫୫ କରୋନା ଆକ୍ରାନ୍ତ ଚିହ୍ନଟ, ୪୪ ସୁସ୍ଥ

କଟକ: କଟକରେ ତଳ ଉପର ହେଉଛି ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା ।  ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ କଟକ ମହାନଗର ନିଗମରୁ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୬ ଜଣ କ୍ୱେରାଣ୍ଟିନରୁ ଓ ୧୯ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡିଛି ।

ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ସଂକ୍ରମଣ ସଂଖ୍ୟା ୪୨,୭୧୨ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ସେହିପରି ଆଜି କଟକ ମହାନଗରରୁ ୪୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୪୧,୭୩୯ । ତେବେ, ଏଯାବତ୍ କଟକ ମହାନଗରରୁ ୮୮୨ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ