ଆଜି କଟକରୁ ୫୮ କରୋନା ପଜିଟିଭ ଚିହ୍ନଟ, ୩୩ ସୁସ୍ଥ

କଟକ: କଟକରେ ଦିନେ କମୁଛି ତ ପୁଣି ଦିନେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଗତ ୨୪ ଘଣ୍ଟା ମଧ୍ୟରେ କଟକର ବିଭିନ୍ନ ଅଞ୍ଚଳରୁ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୨ ଜଣ କ୍ବାରେଣ୍ଟାଇନରୁ ଓ ୨୬ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ସଂକ୍ରମଣ ସଂଖ୍ୟା ୪୩,୩୨୧ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ସେହିପରି ଆଜି କଟକ ମହାନଗରରୁ ୩୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୪୨,୩୧୪ । ତେବେ, ଏଯାବତ୍ କଟକ ମହାନଗରରୁ ୯୧୬ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ