ଆଜି କଟକରୁ ୭୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକରେ ପୁଣି ଉପରମୁହାଁ କରୋନା ମହାମାରୀ । ଗତକାଲି କରୋନା ଆକ୍ରାନ୍ତ କମିଥିଲା ବେଳେ ଆଜି ପୁଣି ବୃଦ୍ଧି ଘଟିଛି । ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ କଟକ ମହାନଗର ନିଗମରୁ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୪୫ ଜଣ କ୍ୱେରାଣ୍ଟିନରୁ ଓ ୩୦ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ସଂକ୍ରମଣ ସଂଖ୍ୟା ୪୨,୯୨୩ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । 

ସେହିପରି ଆଜି କଟକ ମହାନଗରରୁ ୩୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୪୧,୯୨୫ । ତେବେ, ଏଯାବତ୍ କଟକ ମହାନଗରରୁ ୯୦୭ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ