ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ, ୮ ଜିଲ୍ଳାକୁ ରେଡ଼ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର : ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଚାନ୍ଦବାଲି ଦେଇ ଆଜି ଭୋରରୁ ସ୍ଥଳପଥ ଅତିକ୍ରମ କରିଛି ଅବପାତ । ଅବପାତ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, ଗଞ୍ଜାମ, ଗଜପତି, ନୟାଗଡ ଏବଂ କେନ୍ଦ୍ରାପଡା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।  ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣଇପାଗ ବିଭାଗ ଆକଳନ କରିଛି। ଏହା ବ୍ୟତୀତ ଖୋର୍ଦ୍ଧା, ବୌଦ୍ଧ, କାଳାହାଣ୍ଡି, ରାୟଗଡା, କନ୍ଧମାଳ, ଅନୁଗୁଳ, ଏବଂ ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ ଲଘୁଚାପ ପ୍ରଭାବରେ ୨୪ ଘଂଟାରେ ପୁରୀରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୧୨ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ମଧ୍ୟରେ ବର୍ଷାରେ ୮୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛି ପୁରୀ । ସେହିପରି ପାରାଦୀପରେ ୨୧୯ ମିମି ଓ ଭୁବନେଶ୍ୱରରେ ୧୯୫ ମିମି ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.

ବ୍ରେକିଂ