ବାତ୍ୟା ପ୍ରଭାବିତ ଜିଲ୍ଲାବାସୀଙ୍କୁ ପ୍ରଶାସନର ସତର୍କ ସୂଚନା ମାନିବାକୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ‘ଗୁଲାବ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଲୋକମାନଙ୍କୁ ପ୍ରଶାସନ ଦ୍ୱାରା ଜାରୀ କରାଯାଇଥିବା ସତର୍କ ସୂଚନାକୁ ମାନିବାକୁ ଟ୍ୱିଟ୍ ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଟ୍ୱିଟ୍ କରିଛନ୍ତି ଯେ ବାତ୍ୟା ‘ଗୁଲାବ୍‌’ ଦ୍ୱାରା ଓଡ଼ିଶାର ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲା ପ୍ରଭାବିତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ବିପତିକୁ ସାମ୍ନା କରିବା ପାଇଁ ସବୁପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଶ୍ରୁତି ଦେଇଛନ୍ତି ।

ଏଭଳି ବିପତି ସମୟରେ ଓଡ଼ିଶାର ଭାଇ ଭଉଣୀ ଓ ଗୁରୁଜନମାନେ ପ୍ରଶାସନ ଦ୍ୱାରା ଜାରୀ କରାଯାଇଥିବା ସତର୍କ ସୂଚନା ମାନିବାକୁ ଅନୁରୋଧ । ବାତ୍ୟା ପ୍ରଭାବରେ କାହାର କିଛି କ୍ଷତି ନ ହେଉ, ଏହା ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।

Leave A Reply

Your email address will not be published.

ବ୍ରେକିଂ