ଡିଆରଡିଓ ତଥ୍ୟ ଲିକ ମାମଲା: ଅଭିଯୁକ୍ତଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ କ୍ରାଇମବ୍ରାଞ୍ଚଙ୍କୁ ଅନୁମତି

ବାଲେଶ୍ୱର: ଚାନ୍ଦୀପୁର ଡିଆରଡିଓ ତଥ୍ୟ ଲିକ ଅଭିଯୋଗ ଘଟଣାରେ ଗିରଫ ହୋଇଥିବା ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଅଭିଯୁକ୍ତମାନଙ୍କୁ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ଆଣି ପଚରାଉଚରା କରିବ କ୍ରାଇମବ୍ରାଞ୍ଚର ସ୍ୱତନ୍ତ୍ର ଟିମ୍ । ଅଭିଯୁକ୍ତମାନଙ୍କୁ ୭ ଦିନିଆ ରିମାଣ୍ଡ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିଥିବା ବେଳେ ଆଜି ବାଲେଶ୍ୱର କୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ସମସ୍ତ ଦିଗକୁ ନେଇ ପୁଣି ପ୍ରଥମରୁ ତଦନ୍ତ କରିବ ଟିମ୍ ।

ଏଥିପାଇଁ ଜଣେ ଅତିରିକ୍ତ ଏସିପି, ଜଣେ ସାଇବର ଇନସପେକ୍ଟର, ଆଉ ଜଣେ ଏସଆଇଙ୍କୁ ନେଇ ଗଠନ ହୋଇଛି ଟିମ୍ । ତେବେ ଆବଶ୍ୟକ ପଡିଲେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସହଯୋଗ ନିଆଯିବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା । ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ପଠାଉଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରଯାଇଛି ।

Leave A Reply

Your email address will not be published.

ବ୍ରେକିଂ