ମୁଖ୍ୟମନ୍ତ୍ରୀଙ୍କ କୋଭିଡ-୧୯ ରିଲିଫ ଫଣ୍ଡକୁ ଗଲ୍ଫ ଓଡ଼ିଆ ଆସୋସିଏସନ ପକ୍ଷରୁ ଆର୍ଥିକ ସହାୟତା

 ଭୁବନେଶ୍ୱର : କରୋନା ମହାମାରୀର ଦ୍ୱିତୀୟ ଲହର ସାରାବିଶ୍ୱରେ ନିଜର କାୟା ବିସ୍ତାର କରିଚାଲିଛି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ, ସଟଡାଉନ ଜାରି ରଖିଛନ୍ତି। କରୋନାର ଦ୍ୱିତୀୟ ଲହରକୁ ପରାସ୍ତ କରିବାରେ ଓଡ଼ିଶାରେ ଉଦ୍ୟମ ଅବ୍ୟାହତ ରହିଛି। ଗୁରୁତ୍ଵପୁର୍ଣ ବିଷୟ ହେଉଛି ଏଠାରେ ଓଡ଼ିଆ ଲୋକମାନେ ବିଦେଶରେ ରହି ମଧ୍ୟ ଓଡ଼ିଶା ବାସୀଙ୍କୁ ସାହାଯ୍ୟ କରିବା ନିମନ୍ତେ ଆଗେଇ ଆସିଛନ୍ତି।

ଓଡ଼ିଆ ଗଲ୍ଫ ଆସୋସିଏସନ ଓମାନ ପକ୍ଷରୁ କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କୋଭିଡ଼-୧୯ କୁ ୩ ଲକ୍ଷ ୮୨ହଜାର ଟଙ୍କାର ଏକ ଡ୍ରାଫ୍ଟ ପ୍ରଦାନ କରାଯାଇଅଛି। ଏହି ଡ୍ରାଫ୍ଟ ରାଜ୍ୟ ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ମାଧ୍ୟମରେ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ଓଡ଼ିଆ ଗଲ୍ଫ ଆସୋସିଏସନ ଓମାନର ସମ୍ପାଦକ ସମ୍ପଦ କୁମାର ବଳଙ୍କ ସମେତ ହିମାଂଶୁ ବଳ ଏବଂ ସଞ୍ଜିତ ସ୍ୱାଇଁ ଉପସ୍ଥିତ ରହି ସହଯୋଗ କରିଥିଲେ।

ଓଡ଼ିଆ ଗଲ୍ଫ ଆସୋସିଏସନ ଓମାନ ତରଫରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ ଜନହିତକର କାର୍ଯ୍ୟକୁ ନେଇ କରୋନା ପରିସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ଏ ଭଳି କାର୍ଯ୍ୟକ୍ରମ ଜାରି ରଖିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ। ସମ୍ପଦ କୁମାର ବଳଙ୍କ ତତ୍ୱାବଧାନରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସେ ଓମାନରେ ରହୁଥିବା ଓଡ଼ିଆ ଲୋକଙ୍କ ସହିତ କଥାବାର୍ତ୍ତା କରି ସଂଯୋଜନା କରିଥିଲେ। ଏହି ମହତ କାର୍ଯ୍ୟରେ ତାଙ୍କର ଅବଦାନ ଅତୁଳନୀୟ। ତେବେ ଏହି ପରିପେକ୍ଷୀରେ ଏହି ସାଧୁ ଉଦ୍ୟମକୁ ବୁଦ୍ଧିଜୀବୀ ମହଲରେ ଖୁବ ପ୍ରଶଂସା କରାଯାଇଛି।

Leave A Reply

Your email address will not be published.

ବ୍ରେକିଂ