ବରଗଡ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ବରଗଡ: ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ଚିକିତ୍ସାଳୟର ଉପର ତାଲାରେ ଥିବା ଶିଶୁ ବିଭାଗ ୱାର୍ଡରେ ଏହି ଅଗ୍ନିକାଣ୍ଡ ହୋଇଛି । ରବିବାର ବିଳମ୍ବିତ ରାତିରେ ହୋଇଥିବା ଏହି ଅଗ୍ନିକାଣ୍ଡରେ ଅନେକ ଔଷଧପତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଥିବା ଜଣାପଡିଛି ।

ତେବେ ନିଆଁ ଲାଗିବା ପରେ ଡାକ୍ତରଖାନା କର୍ମଚାରୀ ତୁରନ୍ତ ଅଗ୍ନିସମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିସମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡର କାରଣ ଏବେସୁଦ୍ଧା ସ୍ପଷ୍ଟ ହୋଇନାହିଁ । ପୋଡିଯାଇଥିବା ସାମଗ୍ରୀର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି ।

Leave A Reply

Your email address will not be published.

ବ୍ରେକିଂ