ଗାନ୍ଧିଜୀଙ୍କ ଆଦର୍ଶ ଆମ ପାଇଁ ଜରୁରୀ: ନବୀନ
ଭୁବନେଶ୍ୱର: ଜାତିର ପିତା ମହତ୍ମାଗାନ୍ଧିଙ୍କୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲି ଓ ଡେଲାଙ୍ଗ ବାସୀଙ୍କ ସହ କଥା ହେବା ବେଳେ ଗାନ୍ଧୀଜୀଙ୍କ ସ୍ମୃତିଚାରଣ କରିଛନ୍ତି ନବୀନ। ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ କରି ବର୍ତ୍ତମାନ ସମୟରେ ଆମ ପାଇଁ ଖୁବ ଜରୁରୀ ବୋଲି କହିଛନ୍ତି।
ଏହି ଅବସରରେ ନବୀନ କହିଛନ୍ତି ଯେ, ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହି ଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ସମ୍ପ୍ରତି ପରିସ୍ଥିତିରେ ଗାନ୍ଧିଜୀଙ୍କ ନୀତି ଓ ଆଦର୍ଶ ଆମ ପାଇଁ ବେଶ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।