କୁଆଖାଇ ନଦୀ ପଠାରୁ ପୁରୁଷଙ୍କ ମୃତଦେହ ଉଦ୍ଧାର: ଶବ ବ୍ୟବଚ୍ଛେଦ ପାଇଁ ଏମ୍ସ ପଠାଯିବ

ଭୁବନେଶ୍ୱର: କୁଆଖାଇ ନଦୀପଠାରୁ ଉଦ୍ଧାର ହେଲା ପୁରୁଷଙ୍କ ମୃତଦେହ । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ପୋଷ୍ଟମର୍ଟମ ପାଇଁ ମରଶରୀରକୁ ଏମ୍ସ ପଠାଯିବ ବୋଲି ଡିସିପି କହିଛନ୍ତି । ଚପଲ, ଡ୍ରେସ ଓ ଏଫଏମ୍ଟି ରିପୋର୍ଟକୁ ନେଇ ଆଗେଇବ ତଦନ୍ତ । ଅନ୍ୟ ପକ୍ଷରେ ଜୋନ୍ ଏସିପି, ଆଇଆଇସି, ସାଇଣ୍ଟିଫିକ୍ ଟିମ୍, ସ୍ପେଶାଲ ସ୍କ୍ୱାଡ୍ ପହଞ୍ଚି ତଦନ୍ତ ଜୋରଦାର କରିଛନ୍ତି ।

ସୂଚନା ଅନୁସାରେ ଗତକାଲି ବରିମୁଣ୍ଡ ପଞ୍ଚାୟତ ବାଲିଯାତ୍ରା ପଡିଆଠାରେ ଏକ ଗଳିତ ମୃତଦେହ ପୋତି ହୋଇ ରହିଥିବା ସ୍ଥାନୀୟ ଲୋକେ ଦେଖିବା ପରେ ମଞ୍ଚେଶ୍ୱର ଥାନାକୁ ଖବର ଦେଇଥିଲେ । ଫଳରେ ରାତି ସାରା ନଦୀ ପଠାରେ ପୋଲିସ ମୃତଦେହକୁ ଜଗି ରହିଥିବା ବେଳେ ଆଜି ମୃତଦେହ ଉଦ୍ଧାର ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ । ତେବେ ୩ରୁ ୪ ଦିନ ତଳେ ହତ୍ୟା କରାଯାଇ ଶବକୁ  ପୋତାଯାଇଥିବା ଅନୁମାନ କରାଯାଉଛି । ସ୍ଥାନୀୟ ଲୋକଙ୍କ  କହିବା ଅନୁସାରେ କିଛିଦିନ ତଳେ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା । ସେମାନେ ଏଭଳି କାଣ୍ଡ ଘଟାଇଥାଇପାରନ୍ତି ବୋଲି ସନ୍ଦେହ କରାଯ଼ାଉଛି  ।

Leave A Reply

Your email address will not be published.

ବ୍ରେକିଂ