ପୋଲିସ ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ମୃତ

ଛତିଶଗଡ:  ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ।

ଦରଭା ଜଙ୍ଗଲ ଭିତରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହା ପରେ ଡିଆରଜି ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା କମ୍ବିଂ ଅପରେସନ । ଉଭୟ ଜବାନ ଓ ମାଓବାଦୀ ମୁହାଁ ମୁହିଁ ହେବା ପରେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା । ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ବେଳେ ଏବେବି କମ୍ବିଂ ଅପରେସନ ଜାରି ରହିଛି।

Leave A Reply

Your email address will not be published.

ବ୍ରେକିଂ