ରାଜ୍ୟର ୧୦ରୁ  ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ  ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏଥିସହିତ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଭଦ୍ରକ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ରହିଛି।

ଏଥିସହିତ ୨୦ରୁ ୨୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଦୃଷ୍ଟିରେ ରଖି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଚାନ୍ଦବାଲି ଓ ତାଳଚେରରେ ୩୪.୮ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ସୁନ୍ଦରଗଡ଼ରେ ୨୧.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ଏଥିସହିତ ଏସଆରସି ମଧ୍ୟ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଏନେଇ ସତର୍କ କରାଇଛନ୍ତି ।

 

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ