୧୮ରୁ ୨୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ

 ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଘୁଣ୍ଣିବଳୟ ରହିଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଅଂଚଳ ର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

୧୮ ତାରିଖ ପାଇଁ ଭଦ୍ରକ, ବାଲେଶ୍ଵର, ଓ ମୟୁରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ଅଧିକାଂଶ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ରୁ ଖୋର୍ଧା, ନୟାଗଡ଼, ଜଗତସିଂହପୁର ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, କଟକ, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ, କେନ୍ଦ୍ରାପଡ଼ା ସବୁଠି ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.

ବ୍ରେକିଂ