ଆଜି ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଆସନ୍ତା ୨୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଓ ଗଂଜାମରେ ଆଜି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । 

 

Leave A Reply

Your email address will not be published.

ବ୍ରେକିଂ