ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୁର୍ବାନୁମାନ କରାଯାଇଛି । ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ରହିଛି। ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ରୁ ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଭବାନୀପାଟଣାରେ ୩୭.୬ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ