ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ପରଜନପୁର ପଞ୍ଚାୟତ କଲଣ୍ଡା ଗାଁରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି । ଏଠାରେ ସ୍ୱାମୀ ନିଜ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଛି । ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ଯ ସୃଷ୍ଟି କରିଛି ।

ମୃତକ ଜଣକ ପୂଜା ବେହେରା ବୋଲି ଜଣାପଡିଛି । ସେପଟେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥିସହ ଅଭିଯୁକ୍ତ ସ୍ବାମୀ ରାଜେଶ ବେହେରାକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.

ବ୍ରେକିଂ