ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ଵର: ଅଧିକ ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ । ୨-୩ ଦିନରେ ଉତ୍ତର ଓଡ଼ିଶା ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।  ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆଜି ପାଇଁ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ ।

ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଅଧିକ ବର୍ଷା ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ୨-୩ ଦିନ ମଧ୍ୟରେ ଗତି କରିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.

ବ୍ରେକିଂ