ଆଜିଠୁ ପ୍ରାକ୍‌-ମୌସୁମୀ ବର୍ଷା: ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଉ ୪ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ମୁହାଁ ହେବ । ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ମୌସୁମୀକୁ ଓଡ଼ିଶା ଆଡକୁ ଟାଣି ଆଣିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା ନେଇ ୧୫ ଟି ଜିଲ୍ଲା ପାଇଁ ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜୁନ୍ ୮ ରୁ ୧୧ ମଧ୍ୟରେ ଆଇଏମଡି ଅନେକ ଜିଲ୍ଲା ପାଇଁ ପ୍ରବଳ ବର୍ଷା ଚେତାବନୀ ଦେଇଥିବାରୁ ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଜାରି କରିବା ସହ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛି।

ଅପରପକ୍ଷେ ଆସନ୍ତାକାଲିଠାରୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌-ମୌସୁମୀ ବର୍ଷା ହେବ ବୋଲି କେନ୍ଦ୍ର କହିଛି। ଆଜି ଅପରାହ୍‌ଣରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ସେହିପରି ୮ ତାରିଖ ଦିନ ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଆଦି ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

୯ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ସୂଚନାଯୋଗ୍ୟ ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଉତ୍ତରପୂର୍ବ ଭାରତରେ ସକ୍ରିୟ ହୋଇଯାଇଛି। ଫଳରେ ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଆସାମ, ମେଘାଳୟ ଓ ଅରୁଣାଞ୍ଚଳପ୍ରଦେଶରେ ମୌସୁମୀ ବ‌ର୍ଷା ଆରମ୍ଭ ହୋଇଯାଇଛି। ଏଥିସହ ରବିବାର ଦିନ କେନ୍ଦ୍ରୀୟ ଆରବସାଗରର ଆଉ କିଛି ଅଂଶ ସମେତ ମହାରାଷ୍ଟ୍ର, ସମ୍ପୂର୍ଣ୍ଣ କର୍ଣ୍ଣାଟକ ଓ ତାମିଲନାଡୁ, ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି କିଛି ଅଂଶରେ ସୌସୁମୀ ସକ୍ରିୟ ହୋଇଛି।

Leave A Reply

Your email address will not be published.

ବ୍ରେକିଂ