ପ୍ରବଳ ବର୍ଷା ପାଇଁ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ୧୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି।

ଚିଠିରେ ଏସ୍‌ଆରସି ଉଲ୍ଲେଖ କରିଛନ୍ତି ଯେ, ୟେଲୋ ଓ୍ଵାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ସହରାଂଚଳରେ ତଳିଆ ସ୍ଥାନରେ ପାଣି ଭର୍ତ୍ତି ହୋଇ ବିପରୀତ ପରିସ୍ଥିତି ସୃଷ୍ଟି କରିପାରେ। ତେଣୁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ ଖୋଲିବାକୁ ନିର୍ଦେଶ ହୋଇଛି। ବର୍ଷାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛିା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖ ଠାରୁ ମାଛ ଧରିବାକୁ ସମୁଦ୍ର ଭିତରକୁ ଯିବାକୁ ମନା ହୋଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ରହିଛି । ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଙ୍କୋନାଳ, ସୁନ୍ଦରଗଡ଼, ଦେବଗଡ଼,ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ