ଦେଶରେ ୨୪ ଘଣ୍ଟାରେ ୩୮ ହଜାର ୧୬୪ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୩୮ ହଜାର ୧୬୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୧୧ ଲକ୍ଷ ୪୪ ହଜାର ୨୨୯କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ୪୯୯ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଦେଶରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୪ ହଜାର ୧୦୮କୁ ବୃଦ୍ଧି ପାଇଛି

ଏହି ସମୟ ମଧ୍ୟରେ ୩୮ ହଜାର ୬୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୩୨ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୨୧ ହଜାର ୬୬୫ ଜଣ ଚିକିତ୍ସିତ ହେଉଛନ୍ତି। ସକ୍ରିୟ ମାମଲା ୧. ୩୫ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୧୪ ହଜାର ୧୦୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୪୦ କୋଟି ୬୪ ଲକ୍ଷ ୮୧ ହଜାର ୪୯୩ ଜଣ ଲୋକଙ୍କୁ ଟିକାଦାନ ସରିଛି। ୪୪ କୋଟି ୫୪ ଲକ୍ଷ ୨୨ ହଜାର ୨୫୬ ଲାକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩ ଲକ୍ଷ ୮ ହଜାର ୪୫୬ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

Leave A Reply

Your email address will not be published.

ବ୍ରେକିଂ