ବିନା ଦର୍ଶକରେ ଆଇପିଏଲ୍ ମ୍ୟାଚ୍

ନୂଆଦିଲ୍ଲୀ : ବିନା ଦର୍ଶକରେ ଆୟୋଜନ ହେବ ଚଳିତ ବର୍ଷର ଆଇପିଏଲ୍ । ଏ ନେଇ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ଚଳିତ ବର୍ଷ ବିନା ଦର୍ଶକରେ ଆଇପିଏଲ୍ ଖେଳାଯିବ ।

ଆଇପିଏଲ୍ ଆୟୋଜନ ନେଇ ବିସିସିଆଇ ସର୍ତ୍ତମୂଳକ ପଦକ୍ଷେପ ନେଇଛି । କେବଳ ୬ଟି ସ୍ଥାନରେ ମ୍ୟାଚ୍ ଆୟୋଜନ ହେବ ବୋଲି କହିଛନ୍ତି, ରାଜୀବ ଶୁକ୍ଳା । ଖେଳାଳୀଙ୍କୁ ଟିକାକରଣ ନେଇ ବିଚାର କରାଯାଉଛି । ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସହ ଯୋଗାଯୋଗରେ ଅଛୁ  ବୋଲି ରାଜୀବ ଶୁକ୍ଳା କହିଛନ୍ତି ।

ଦେଶରେ ଏବେ କରୋନା ସଂକ୍ରମଣ ପୁଣି ଥରେ ବଢିବାରେ ଲାଗିଛି । ବିଶେଷ କରି ମହାରାଷ୍ଟ୍ରରେ ସଂକ୍ରମଣ ସୀମା ଲଙ୍ଘିବାରେ ଲାଗିଲାଣି । ତେଣୁ ଏପରି ସ୍ଥିତିରେ ଷ୍ଟାଡିୟମରେ ଦର୍ଶକ ଭର୍ତ୍ତି ହେବା ଦ୍ୱାରା ସଂକ୍ରମଣ ବଢିବାର ଆଶଙ୍କା ରହୁଛି । ତେଣୁ ଏହାକୁ ଦୃଷ୍ଟି ରଖି ଗତବର୍ଷ ଭଳି ଏଥର ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ ।

Leave A Reply

Your email address will not be published.

ବ୍ରେକିଂ