ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପୂର୍ବ କେନ୍ଦ୍ରୀୟ ଏବଂ ତତ୍‌-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତି ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ରହିବ। । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ମତ୍ସ୍ୟଜୀବୀଙ୍କୁ ୧୨ରୁ ୧୪ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ସେହିପରି ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଏବଂ କେନ୍ଦ୍ରାପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।  ଉପକୂଳ ଓଡିଶାର ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ମଧ୍ୟ ଜାରି କରାଯାଇଛି । ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି ହୋଇଛି ।

Leave A Reply

Your email address will not be published.

ବ୍ରେକିଂ