ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଆଜିଠୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଫଳରେ ଆଜିଠୁ ଆସନ୍ତା ୧୪ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପାଇଁ ୯ ଜିଲ୍ଲା କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରକୁ ରେଡ୍ ଓ୍ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷିବ । ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାରୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ଆସନ୍ତାକାଲି ପାଇଁ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, କଳାହାଣ୍ଡି, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ ଓ ନବରଙ୍ଗପୁର ଜିଲ୍ଲାରୁ ରେଡ୍  ଓ୍ୱାର୍ଣ୍ଣିଂ ଦିଆଯାଇଛି । ବାକି ୧୧ ଜିଲ୍ଲାରୁ ଅରେଞ୍ଜ ଓ ୧୦ ଜିଲ୍ଲାରୁ ଦିଆଯାଇଛି ୟେଲୋ ଓ୍ୱାର୍ଣ୍ଣିଂ ।

ଆସନ୍ତା ୨୪ ଘଣ୍ଟାରେ ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ପହଞ୍ଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.

ବ୍ରେକିଂ