ଉତ୍ତର ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୩୦ ତାରିଖ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ଵର:  ଉତ୍ତର ବଙ୍ଗୋପସାଗର ଓ ତାହାର ଆଖପାଖ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜିଠାରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ଏବଂ ପରଦିନ ପାଇଁ ମଧ୍ୟ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେପଟେ ଆଜି ପାଇଁ ୨୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ବରକୁ ବି ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି ।

ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ଼, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । 

Leave A Reply

Your email address will not be published.

ବ୍ରେକିଂ