୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣି-ବଳୟ ସୃଷ୍ଟି ହୋଇଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ଏହା ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ତେବେ ପରବର୍ତ୍ତି ସମୟରେ ଏହି ସମ୍ଭାଵ୍ୟ ଲଘୁଚାପ କ୍ଷେତ୍ର  ଘନୀଭୂତ ହେବ । ପରବର୍ତ୍ତୀ  ୪ ରୁ ୫ ଦିନ ଯାଏଁ  ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଆର୍ଥାତ ୧୫ରୁ ୧୬ ତାରିଖ ବେଳକୁ ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ହୋଇପାରେ ।

Leave A Reply

Your email address will not be published.

ବ୍ରେକିଂ