୧୩ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ୧୩ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ପରେ ଏହା କ୍ରମଶଃ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ।  ଏହା ପଶ୍ଚିମ ଉତ୍ତରମୁହାଁ ହୋଇ ୧୫ ତାରିଖ ଆଡକୁ ଏକ ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇପାରେ । ଏହି ୱେଲମାର୍କ ଲୋପ୍ରେସର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶରେ ପହଂଚିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ରାଜ୍ୟର ଅଧାଅଞ୍ଚଳରୁ ଦକ୍ଷିଣ ପଶ୍ଚିମ ମୌସୁମୀ ଫେରିଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।  ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାରୁ ସଂପୂର୍ଣ୍ଣ ଭାବେ ମୌସୁମୀ ଚାଲିଯାଇଛି । 

 

Leave A Reply

Your email address will not be published.

ବ୍ରେକିଂ