ଗାଧୋଉ ଥିବାବେଳେ କୁମ୍ଭୀର ଝାମ୍ପିନେଲା

ପଟ୍ଟାମୁଣ୍ଡାଇ: ବ୍ରାହ୍ମଣୀ ନଦୀରେ ଗାଧୋଉ ଥିବାବେଳେ ଟାଣିନେଲା କୁମ୍ଭୀର । କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଂଚଳର ଏହି ଘଟଣା ଘଟିଛି । ନିଖୋଜ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଅମୃତମଣୋହି ପଞ୍ଚାୟତ ଜଗନ୍ନାଥପୁର ଗାଁର ବୋଲି ଜଣାପଡିଛି ।

ସଂପୃକ୍ତ ବ୍ୟକ୍ତିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି । ନିଖୋଜ ବ୍ୟକ୍ତିଙ୍କୁ ଖୋଜାଖୋଜି ଜାରି ରହିଛି। ମୁଖ୍ୟତଃ ଭିତରକନିକା ଜାତୀୟ ଉଦ୍ୟାନରେ ଓ ଏହା ବାହାରେ ପ୍ରବାହିତ ନଦୀ, ନାଳଗୁଡିକ କୁମ୍ଭୀରମାନଙ୍କର ଚଳପ୍ରଚଳ ଅଞ୍ଚଳ ହୋଇଥିବାରୁ ସେ ସବୁ ଅଞ୍ଚଳ ଅତ୍ୟନ୍ତ ବିପଦପୂର୍ଣ୍ଣ।

ସୂଚନାମୁତାବକ ଗତ ଜୁନ ୧୨ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନରେ ମାଛ ଧରିବାକୁ ନଦୀପାର ହେଉଥିବା ବେଳେ ଜଣେ ମହିଳାଙ୍କୁ ପାଣି ଭିତରକୁ ଟାଣି ନେଇଛି କୁମ୍ଭୀର । ତେବେ ପୁଣି ଆଜି ଜଣକୁ ପାଣି ଭିତରକୁ ଟାଣି ନେଇଛି । ଯାହାକୁ ନେଇ ଲୋକେ ଭୟଭୀତ ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ